ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଅଧ୍ୟକ୍ଷା ତଥା ବର୍ତ୍ତମାନର ପଲାସା ପଂଚାୟତ ସମିତି ସଭ୍ୟା ଅଭିଲିପ୍ସା ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ କାର୍ଯ୍ୟାଳୟଠାରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ଉପସ୍ଥିତିରେ ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକର ଅଧ୍ୟକ୍ଷା ଶ୍ରୀମତୀ ଅଭିଲିପ୍ସା ସାହୁ, ଝିଙ୍କିରିଆ ପଂଚାୟତ ସମିତି ସଭ୍ୟା ରଶ୍ମିତା ଜେନା, ଖଇରା ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିଷ୍ଣୁପଦ ସାହୁ ପ୍ରମୁଖ ନିଜ ନିଜ ସମର୍ଥକଙ୍କ ଗହଣରେ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବ ରେ ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ବିଜେପି ନେତ୍ରୀ ପିଙ୍କି ପ୍ରଧାନ, ଠାକୁର ରଣଜିତ୍ ଦାସ, କୈଳାସ ମାଝୀ, ପ୍ରମୁଖ ଉପସ୍ଥିତ ଥିଲେ ।