ଭୁବନେଶ୍ୱର: ଉକ୍ରଳ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜ୍ୟର ରାସନ କାର୍ଡ଼ ହିତିଧିକାରୀଙ୍କୁ ଆହୁରୀ ୬ମାସ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ । ଯାହା ଫଳରେ ରାଜ୍ୟର ୮ଲକ୍ଷ୯ହଜାର ହିତାଧିକାରୀ ଉପକୃତ ହେବେ । ଏଥି ପାଇଁ ରାଜ୍ୟ ରାଜକୋଷରୁ ୯୧କୋଟି ୭୦ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି ।
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମୁଣ୍ଡପିଛା ମାସକୁ ୫ କିଲୋ ଚାଉଳ ଯୋଗାଇ ଦିଆଯାଉଛି। ଗତ ନଭେମ୍ବର ୨୧ ତାରିଖରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅବଧି ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଚିଠି ଲେଖି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଥିଲେ।