ଭୁବନେଶ୍ୱର;ବାତ୍ୟା ଅସାନି ଆଗକୁ ବଢ଼ି ଚାଲିଛି। ୧୩ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ଅସାନି । ବର୍ତ୍ତମାନ ବାତ୍ୟାଟି ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ୯୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ବିଶାଖାପାଟଣାଠାରୁ ୯୦୦ କିମି ଦୂରରେ ରହିଛି।
ଆଜି ସନ୍ଧ୍ୟା ସୁଦ୍ଧା ଆହୁରି ଘନୀଭୂତ ହେବ। ଏହା ଭୀଷଣ ବାତ୍ୟା ବା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ସମାନ ଦିଗରେ ଗତି କରିବ। ୧୦ ତାରିଖ ସନ୍ଧ୍ୟା ବେଳକୁ ଭୀଷଣ ବାତ୍ୟା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବ।
ଏହାର ପ୍ରଭାବରେ ଏହି ୩ ଜିଲ୍ଲାରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ। ସେହିପରି ୧୧ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକରେ ୭ରୁ ୧୧ ସେମି ଯାଏ ବର୍ଷା ହେବାର ଆଶଙ୍କା ରହିଛି। ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ
୧୦ ତାରିଖ ସନ୍ଧ୍ୟା ବେଳଠାରୁ ଉପକୂଳ ଓଡ଼ିଶାର ଅଧିକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।