ମତୋ ଡିଗ୍ରୀ କଲେଜରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ୨୦୨୨ ଅନୁଷ୍ଠିତ।

ଚାନ୍ଦବାଲି ବ୍ଳକର ମତୋ ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଭା ୨୦୨୨ । କରୋନା କଟକଣା ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିବା ବର୍ଷିକ ଉତ୍ସବ ଏ ବର୍ଷ ଅନୁଷ୍ଠିତ ହେଇଥିବାରୁ ଛାତ୍ରଛାତ୍ରୀ ମାନେ ଖୁସି ହେବା ସହ ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୁତି ଭୂଷଣ ଜୟଦେବ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ଧାମନଗର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ପବିତ୍ର ପାଣିଗ୍ରାହୀ । ସମ୍ମାନିତ ଅତିଥି ଭାବେ ବସନ୍ତ କୁମାର ପାଣିଗ୍ରାହୀ ,ସୁବାସ ଚନ୍ଦ୍ର ମଲ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ପ୍ରତିଯୋଗିମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ତତ୍ପରେ ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଛାତ୍ରଛାତ୍ରୀ ,ଅଧ୍ୟାପକ ଅଧ୍ୟାପିକା ଏବଂ ସମସ୍ତ କର୍ମଚାରୀ ମାନେ ସହଯୋଗ କରିଥିଲେ ।

Share this…
Share on Facebook

Facebook