ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା । ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ଏସ୍ଆର୍ସି ପରାମର୍ଶ ଦେଇଛନ୍ତି।ସୂଚନା ଅନୁସାରେ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉପରୋକ୍ତ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୋନପୁର, ସମ୍ୱଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବଜ୍ରପାତ ଓ ଘଡ଼ଘଡି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।