ପଞ୍ଚୁବଟି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ବ୍ରିଜ ତଳକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୨ ମହିଳାଙ୍କ ମୃତ୍ୟୁ ହୋଇଛି। ଏହାବାଦ ବସ୍‌ରେ ଥିବା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି। କେନ୍ଦ୍ରାପଡା ଜିଲ୍ଲା ଇଛାପୁର ଗାଁରୁ ୪୩ ଜଣ ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲା ବୁଲିବା ପାଇଁ ଯାଇଥିଲେ। ଗତ ରାତିରେ ବସ୍‌ଟି ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟରେ ଏକ ବ୍ରିଜ ଅତିକ୍ରମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବସ୍‌ଟି ବ୍ରିଜ ଉପରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ ସାଇଟ ବାଡା ଭାଙ୍ଗି କେନାଲକୁ ଖସି ପଡ଼ିଥିଲା। ଘଟଣାସ୍ଥଳରେ ହିଁ କେନ୍ଦ୍ରାପଡା ଇଛାପୁର ଗାଁର ରେଣୁବାଳା ଜେନା ଓ ବିଜୟଲକ୍ଷ୍ମୀ ସ୍ୱାଇଁଙ୍କ ମୃତ୍ୟୁ ହୋଇଛି।

Share this…
Share on Facebook

Facebook