ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୨୬ବର୍ଷ ହୋଇଥିଲା।
ଅକ୍ଲାନ୍ତଙ୍କର ଲିଭରରେ ସମସ୍ୟା ଥିଲା। ଏଥିପାଇଁ ସେ ମାସେ ହେଲା ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ। ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଧୀରେ ଧୀରେ ସୁଧାର ଆସୁଥିଲା। ହଠାତ୍ ରାତିରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ସଂକଟାପନ୍ନ ହେବାରେ ଲାଗିଥିଲା। ଡାକ୍ତର ତାଙ୍କୁ ବଞ୍ଚାଇବାକୁ ପୂରା ପ୍ରୟାସ କରିଥିଲେ। କିନ୍ତୁ ଡାକ୍ତରଙ୍କ ସବୁ ଚେଷ୍ଟା ବିଫଳ ହୋଇଥିଲା।ରାତିରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଗତକାଲି ରାତିରେ ତାଙ୍କୁ କଟକ ଅଣାଯାଇଥିଲା। ଆଜି ସକାଳେ କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ ଶେଷକୃତ୍ୟ ସଂପନ୍ନ ହୋଇଥିଲା। ଅକ୍ଲାନ୍ତଙ୍କ ବଡ଼ ଭାଇ ଅମ୍ଲାନ ତାଙ୍କର ମୁଖାଗ୍ନି ଦେଇଥିଲେ।