ବିଳମ୍ବରେ ଆସିବ ମୌସୁମୀ

ବିଳମ୍ବରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଚଳିତ ବର୍ଷ ମୌସୁମୀ ଜୁନ ୪ ତାରିଖ ବେଳକୁ କେରଳ ଛୁଇଁବାର ସମ୍ଭାବନା ଥିବା ଆଜି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଳମ୍ବରେ ମୌସୁମୀ ଆସିବାକୁ ଥିଲେ ହେଁ ଏହାର ପ୍ରଭାବରେ ସ୍ୱାଭାବିକ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ପୁଣିଥରେ କୁହାଯାଇଛି।

ଗତବର୍ଷ ମେ’ ୨୯ ତାରିଖରେ ମୌସୁମୀ କେରଳ ଛୁଇଁଥିଲା। ୨୦୨୧ରେ ଏହା ଜୁନ ୩ ଓ ୨୦୨୦ରେ ମୌସୁମୀ ଜୁନ ୧ରେ କେରଳରେ ତା’ର ଉପସ୍ଥିତି ଜାହିର କରିଥିଲା। ଗତମାସରେ ଆଇଏମଡି କହିଥିଲା ଯେ ଚଳିତ ବର୍ଷ ଏଲ ନିନୋର ପ୍ରଭାବ ପଡ଼ିପାରେ। ତଥାପି ସମଗ୍ର ଦେଶରେ ସ୍ୱାଭାବିକ ବର୍ଷା ହେବ।
ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜୁନ ୧ରେ କେରଳ ଛୁଇଁଥାଏ। ହେଲେ ଏଥର ଏହା ସାମାନ୍ୟ ବିଳମ୍ବରେ ଆସିବ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ “ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌମୁସୀ ବାୟୁ କେରଳ ଆସିବାରେ ସାମାନ୍ୟ ବିଳମ୍ବ ହେବ। ଜୁନ ୪ରେ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି।

Share this…
Share on Facebook

Facebook