ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର : ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ  । ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଆପୋଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।ତେବେ କେଉଁ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସେ ନେଇ ଦଳ ପକ୍ଷରୁ କିଛି କୁହାଯାଇନଥିବାବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ଏବେ ରାଜ୍ୟରେ ପୌର ନିର୍ବାଚନ ପ୍ରକ୍ରିୟା ଚାଲିଥିବାବେଳେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିବାକୁ ନେଇ କଂଗ୍ରେସ ଶିବିରରେ ନିରାଶା ଦେଖାଦେଇଛି। ଗତ ପଂଚାୟତ ନିର୍ବାଚନବେଳେ ମଧ୍ୟ ଶ୍ରୀ ପଟ୍ଟନାୟକ କରୋନା ସଂକ୍ରମିତ ହେବାରୁ ପ୍ରଚାର କାର୍ଯ୍ୟରେ ସାମିଲ ହୋଇପାରିନଥିଲେ।

Share this…
Share on Facebook

Facebook

Leave a Reply

Your email address will not be published.