ଅଫଲାଇନ୍‌ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ପରୀକ୍ଷା

ଭୁବନେଶ୍ୱର; ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ପରୀକ୍ଷା । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।  କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ।ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି।

ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି ।  ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ । ନଚେତ   ବାର୍ଷିକ ପରୀକ୍ଷାର ୮୦% ଓ କ୍ୱାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କି ହେବ।  ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ।

Share this…
Share on Facebook

Facebook