ପଳାଶୁଣିରେ ମର୍ମନ୍ତୁଦ ଦୁର୍ଘଟଣା, ଜଣେ ମୃତ

ରାଜଧାନୀ ଭୁବନେଶ୍ୱରରସ୍ଥ ପଳାଶୁଣି ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଆଉ ଜଣଙ୍କର ମୃତ୍ୟୁ ହୋଇଛି । ପଳାଶୁଣି ବସ ଷ୍ଟପେଜ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏକ କାର ଉପରେ ହାଇୱା ଚଢିଯିବାରୁ କାର ଚାଳକଙ୍କ ମୃତ୍ୟୁ ହୋଇଛି । ହାଇୱାଟି କାର ଉପରେ ଚଢିଯିବାରୁ କାର ଭିତରେ ଚାଳକ ଜଣକ ଚାପି ହୋଇ ମୃତ୍ୟୁବରଣ କରିଥିବା ଜଣାଯାଇଛି ।

ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ସ୍ଥାନୀୟ ଲୋକମାନେ କିଛି ସମୟ ପାଇଁ ରାସ୍ତାରୋକ କରିଥିଲେ । ଫଳରେ କିଛି ସମୟ ପାଇଁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଏନେଇ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ଏଥିସହ ପୁଲିସ ମୃତଦେହ ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି ।

ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ସ୍ଥାନୀୟ ଲୋକମାନେ କିଛି ସମୟ ପାଇଁ ରାସ୍ତାରୋକ କରିଥିଲେ । ଫଳରେ କିଛି ସମୟ ପାଇଁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଏନେଇ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ଏଥିସହ ପୁଲିସ ମୃତଦେହ ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି । MPX TV

Share this…
Share on Facebook

Facebook