ଗଞ୍ଜାମ ଗାଙ୍ଗପୁର ଥାନା ବୁଢ଼ାକେନ୍ଦୁ ଜଙ୍ଗଲରେ ଅଗ୍ନିଶମ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି।ମୃତ କର୍ମଚାରୀ ଜଣକ ହେଲେ କେନ୍ଦୁଝର ଜିଲ୍ଲାର ଦୟାନିଧି ମହନ୍ତ।ସେ ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଥିଲେ।ସୂଚନା ମୁତାବକ ଗତକାଲି ରାତିରେ ବୁଢ଼ାକେନ୍ଦୁ ରାସ୍ତା ଉପରେ ଅଗ୍ନିଶମ ଗାଡିଟି ରହିଥିବା ଦେଖିଥିଲେ ସ୍ଥାନୀୟ ଲୋକେ।ଆଜି ସକାଳ ହେବାପରେ କର୍ମଚାରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ଗାଙ୍ଗପୁର ପୋଲିସ କୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ।ଖବର ପାଇ ଗାଙ୍ଗପୁର ପୋଲିସ,ଭଞ୍ଜନଗର ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।ଅନ୍ୟପଟେ ଆସିକା ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଛି।ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।