ଚାଷୀଙ୍କ ଆକାଉଣ୍ଟକୁ ଗଲା;ପିଏମ୍ କିଶାନ ସମ୍ମାନ ନିଧିର ଏକାଦଶ କିସ୍ତି

ହିମାଚଳପ୍ରଦେଶ; ସିମଲାରେ ଆୟୋଜିତ ଗରିବ କଲ୍ୟାଣ ସମ୍ମିଳନୀରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ପିଏମ୍ କିଶାନ ସମ୍ମାନ ନିଧିର ଏକାଦଶ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏକାଦଶ କିସ୍ତି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯାଇଛି ।ମୋଟ୍ ୨୧ ହଜାର କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯିବ । ପିଏମ୍ କିଶାନ ସମ୍ମାନ ନିଧି ଯୋଜନାରେ କେନ୍ଦ୍ର ସରକାର ଚାଷୀଙ୍କୁ ବର୍ଷକୁ ୬ ହଜାର ଟଙ୍କା ପ୍ରଦାନ କରାଯାଇଛି । ବର୍ଷକୁ ତିନିଟି କିସ୍ତିରେ ଏହି ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ପଠାଯାଉଛି । ଦେଶର ୧୧ କୋଟି ୭୮ ଲକ୍ଷ ଚାଷୀଙ୍କ ଖାତାକୁ ବର୍ତ୍ତମାନ ସୁଦ୍ଧା ୮୨ ହଜାର କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି ।

Share this…
Share on Facebook

Facebook