ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ।

ଭୁବନେଶ୍ୱର;  ଆଜି ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଇଁବା ନେଇ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।  ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ସାରା ଓଡ଼ିଶାକୁ ଏହା  ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ  ଆକଳନ କରାଯାଇଛି। ମୌସୁମୀ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି।

୪୮ ଘଣ୍ଟା ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଥିଲା।

Share this…
Share on Facebook

Facebook