ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ବିଡିଓଙ୍କ ଘରେ  ଭିଜିଲାନ୍ସ।

ଜଳେଶ୍ୱର ; ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ବିଡିଓଙ୍କ ଘରେ  ଭିଜିଲାନ୍ସ।   ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଆଜି ସକାଳୁ ସକାଳୁ ପଶିଛି ଭିଜିଲାନ୍ସ ଟିମ୍‌ । ରାଜ୍ୟରେ ଏକକାଳୀନ  ୬ଟି ଜାଗାରେ ଚଢ଼ାଉ ଜାରି ରହିଥିବାର ସୂଚନା ମିଳିଛି।

ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସ ଆୟ ବହିର୍ଭୁତ ସମ୍ପତି ଠୁଳ କରିଥିବା ନେଇ ପୂର୍ବରୁ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ଆଜି ଭୋରରୁ କଟକ ଭିଜିଲାନ୍ସ ଡିଭିଜନର ୬ ଜଣିଆ ଟିମ୍‌  ବିଡ଼ିଓଙ୍କ ସରକାରୀ ବାସଭବନରେ ରେଡ କରିଛନ୍ତି । ଭିଜିଲାନ୍ସ  ଡ଼ିଏସପି ସୋମନାଥ ବାରିକଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି।  ଏକା ସାଙ୍ଗରେ କଟକର ଝିଙ୍କିରିଆସ୍ଥିତ ତାଙ୍କ ପୈତୃକ ଘର ସମେତ କଟକରେ ଥିବା ଶ୍ୱଶୁର ଘର ଏବଂ ଅନ୍ୟ  ଦୁଇଟି ଜାଗାରେ ମଧ୍ୟ ଚଢ଼ାଉ ଜାରି ରହିଥିବାର ସୂଚନା ମିଳିଛି ।

Share this…
Share on Facebook

Facebook