ଆଜିଠୁ ମାଟ୍ରିକ ସମେଟିଭ-ଓ୍ୱାନ୍ ପରୀକ୍ଷା।

ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ସମେଟିଭ-ଓ୍ୱାନ୍ ପରୀକ୍ଷା। ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଗୁରୁତ୍ୱବହନ କରୁଥିବା ଏ ପରୀକ୍ଷାକୁ ସୁରୁଖୁରୁରେ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଭିନ୍ନ ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ପଠା ସରିଥିବାବେଳେ ପ୍ରତ୍ୟେକ ଦିନ ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ପ୍ରଶ୍ନପତ୍ରର ସିଲ୍ ଖୋଲା ଯିବ। ଏହାସହ ୯ ଟା ୧୫ମିନିଟରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ ଛାତ୍ରଛାତ୍ରୀ।ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ ସମୟ ମିଳିବ। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ହୋଇଛି। ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ଦେବେ ପରୀକ୍ଷା। ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେବେ।

Share this…
Share on Facebook

Facebook